FeaturedLatestNews

ବୀମାଭୁକ୍ତ ଚାଷୀମାନେ ୧ ତାରିଖ ଯାଏ ଦେଇପାରିବେ ଫସଲ କ୍ଷତି ସମ୍ପର୍କରେ ସୂଚନା

ଭୁବନେଶ୍ବର (ସଂକେତ ଟିଭି): ରାଜ୍ୟରେ ଅଦିନିଆ ବର୍ଷା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇପାରିବେ। ଚାଷୀ ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ତିନି ଦିନ ପାଇଁ ବୃଦ୍ଧି କରିଛନ୍ତି ।

ଉଭୟ ବୀମା କରିନଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ। ବୀମା କରିଥିବା ଚାଷୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରାଳୟକୁ ଏହି ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା ।

ସୂଚନା ଅନୁସାରେ, ରାଜ୍ୟରେ ଅଦିନିଆ ବର୍ଷା ଯୋଗୁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବା ପାଇଁ ଯୋଜନା କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି।