ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ କେ. ହରିବାବୁ
ଭୁବନେଶ୍ବର (ସଂକେତ ଟିଭି): ଓଡ଼ିଶାର ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି।
ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଛନ୍ତି । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା,ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ,ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହଲିଙ୍ଗଙ୍କ ସହ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ ।
ରଘୁବର ଦାସ କିଛି ଦିନ ତଳେ ଓଡିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ । ଏହାପରେ ରାଷ୍ଟ୍ରପତି ଡ. କେ ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ । ତେବେ ଗୁରୁବାର ଦିନ ଭୁବନେଶ୍ୱର ପହଞ୍ଚିବା ପରେ ବିଶ୍ରାମ ନେବେ । ଏହାପରେ ଶୁକ୍ରବାର ଦିନ ସକାଳେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ସେଠାରୁ ଫେରିବା ପରେ ସେ ରାଜଭବନରେ ଓଡିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ।