ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କଲେ ସରକାର
ଭୁବନେଶ୍ବର (ସଂକେତ ଟିଭି): ରାଜ୍ୟ ସରକାର ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି । କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରି ନ ଥିବା ସ୍ଵାଧୀନତା ସଂଗ୍ରାମୀମାନଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।
ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ସରକାର ମାସକୁ ୮ ହଜାର ପରିବର୍ତ୍ତେ ୧୦ ହଜାର ଟଙ୍କା କରିଛନ୍ତି । ଜରୁରୀ କାଳୀନ ପରିସ୍ଥିତିରେ MISA ଆଇନରେ ଗିରଫ ହୋଇଥିବା ସଂଗ୍ରାମୀମାନଙ୍କୁ ମାସକୁ ୨୦ ହାଜର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତି ନେଇଛନ୍ତି । ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏନେଇ ଘୋଷଣା କରିଛନ୍ତି ।