ପଦ୍ମ ବିଜେତାଙ୍କୁ ସମ୍ମାନସୂଚକ ସହାୟକ ରାଶି ଭାବେ ମାସକୁ ମିଳିବ ୩୦ ହଜାର
ଭୁବନେଶ୍ବର (ସଂକେତ ଟିଭି): ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ମାସିକ ୩୦ ହଜାର ଟଙ୍କାର ସମ୍ମାନସୂଚକ ସହାୟକ ରାଶି ମିଳିବ । ଚଳିତ ଜାନୁଆରୀ ମାସଠାରୁ ଏହି ସହାୟକ ରାଶି ପ୍ରଦାନ କରାଯିବ । ଏ ନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମ ବିଭୂଷଣ ପୁରସ୍କାର ପାଇଥିବା ବ୍ୟକ୍ତି ବିଶେଷଙ୍କୁ ଏହି ସମ୍ମାନ ରାଶି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାରପ୍ରାପ୍ତ ବ୍ୟକ୍ତି ବିଶେଷ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇବେ । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି ।