ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ ୮ଟି ଏମଓୟୁ ସ୍ଵାକ୍ଷରିତ
ଭୁବନେଶ୍ବର(ସଂକେତ ଟିଭି): ରାଜ୍ୟ ସରକାର ଓ ସିଙ୍ଗାପୁର ମଧ୍ଯରେ ଆଜି ୮ଟି ବୁଝାମଣାପତ୍ର ସ୍ବାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ଵାକ୍ଷର କରାଯାଇଛି ।
ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଓଡ଼ିଶାର ଦକ୍ଷତା ଓ ଶିଳ୍ପ ଅଭିବୃଦ୍ଧି କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ଏହାଦ୍ୱାରା ଓଡ଼ିଶାରେ ପୁଞ୍ଜି ନିବେଶ ହେବା ସହ ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍ସ, ସବୁଜ ଶକ୍ତି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଧିକ ସହଯୋଗର ସମ୍ଭାବନା ସୃଷ୍ଟି ହେବ।