ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ଦରମା ୧୬ ହଜାରକୁ ବୃଦ୍ଧି
ଭୁବନେଶ୍ବର(ସଂକେତ ଟିଭି): ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ)ଙ୍କର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି ।
ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୩,୭୪୦ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଣେ ଏଥିପାଇଁ ରାଜ୍ୟ ସରକାର ଅତିରିକ୍ତ ୮୯.୧୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ ବୋଲି ଜଣାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭୯୫୦ ଟଙ୍କା ପ୍ରଦାନ କରିବେ। ଏଣେ ଏଥିପାଇଁ ରାଜ୍ୟ ସରକାର ଅତିରିକ୍ତ ୮୯.୧୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ ବୋଲି ଜଣାଯାଇଛି।