FeaturedLatestNewsPolitics

ଆସନ୍ତା ୨୮ରେ ବିଜେଡିର ସଂସଦୀୟ ଦଳ ବୈଠକ

ଭୁବନେଶ୍ୱର (ସଂକେତ ଟିଭି): ବିଜେଡିର ସଂସଦୀୟ ଦଳ ବୈଠକ ଆସନ୍ତା ୨୮ ତାରିଖରେ ବସିବ। ଏହି ବୈଠକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ । ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡିର ଏହି ବୈଠକ ବସିବ ବୋଲି ସୂଚନା ମିଳିଛି । ଏହି ବୈଠକରେ ବଜେଟ ଅଧିବେଶନ ପାଇଁ ଦଳ ରଣନୀତି ପ୍ରସ୍ତୁତ କରିବ । ୭ ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ ନବୀନ ।

ସଂସଦରେ କେଉଁ କେଉଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଜେଡିର ୭ ରାଜ୍ୟସଭା ସାଂସଦ ଉତଥାପନ କରିବେ, ସେ ସଂପର୍କରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏକ ଦେଶ ଏକ ନିର୍ବାଚନ ଉପରେ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡ଼ିଛି।