FeaturedLatestNews

ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ବର(ସଂକେତ ଟିଭି): ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ବିଶେଷ ଭାବେ ଆଇଟି, ପେଟ୍ରୋ କେମିକାଲ ଓ ଆଗ୍ରୋ ଇଣ୍ଡଷ୍ଟ୍ରିଜ୍‌କୁ ଗୁରୁତ୍ବ ଦିଆଯାଉଛି। ଶୁକ୍ରବାର ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଫେବ୍ରୁଆରି ୧୭ ତାରିଖରେ ଉପସ୍ଥାପିତ ହେବାକୁ ଥିବା ବଜେଟ୍‌ ପାଇଁ ଆଲୋଚନା ହୋଇଛି। ପୂର୍ବତନ ଅର୍ଥମନ୍ତ୍ରୀ ଓ ଅର୍ଥ ବିଶେଷଜ୍ଞମାନେ ବହୁ ଗୁରୁତ୍ବପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଏତଦ୍‌ ବ୍ୟତୀତ ଜନସାଧାରଣ ମଧ୍ୟ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ମତାମତ ଦେଇପାରିବେ। ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବାକୁ ଲକ୍ଷ୍ୟ ରଖିଛନ୍ତି।

ଓଡ଼ିଶାରେ କିପରି ଆମର ଜିଡିପି ବଢିବ ସେଥିପାଇଁ ଆମେ କୃଷି ଭିତ୍ତିକ ଶିଳ୍ପ ଉପରେ ଗୁରୁତ୍ୱ ଦେଉଛୁ। ସେଥିପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶା ଭଳି ଯୋଜନା ଆରମ୍ଭ କରିବାକୁ ଯାଉଛୁ। ଆଗାମୀ ବର୍ଷରେ ଗାଁରେ କିଭଳି ଆର୍ଥିକ ସ୍ଥିତି ମଜବୁତ୍ ହେବ, ଗାଁରେ ଆୟର ସୋର୍ସ ତିଆରି କରିବା ପାଇଁ ସରକାର ଯୋଜନା କରିଛନ୍ତି । ଗାଁ ଲୋକ ଯେପରି ଆଉ ସହରକୁ ଆସିବେ ନାହିଁ ସେଥିପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶାରେ ଫୋକସ୍‌ କରାଯାଉଛି ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି ।

ସେହିପରି ଶ୍ରମିକ, ଚାଷୀ, ନିଯୁକ୍ତି କ୍ଷେତ୍ରରେ ଆଶା ରଖିଥିବା ବେକାର ଯୁବକ, ସରକାରୀ ପଦବୀ ପୂରଣ ଭଳି କ୍ଷେତ୍ର ବଜେଟରେ ପ୍ରତିଫଳିତ ହେବ । ୨୦ ହଜାର ନିଯୁକ୍ତି ଦେଇ ସାରିଛୁ । ଚଳିତ ଆର୍ଥିକ ବର୍ଷ ଆହୁରି ୨୦ ହଜାର ନିଯୁକ୍ତି ଦେବୁ । ଆଗକୁ ୨ ବର୍ଷ ମଧ୍ୟରେ ୬୫ ହଜାରରୁ ଅଧିକ ପଦବୀ ପୂରଣ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।