FeaturedLatestNewsPolitics

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ

ଭୁବନେଶ୍ବର(ସଂକେତ ଟିଭି): ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍‌ ଲଗାତର ଭାବେ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଅସୁସ୍ଥତା ନେଇ ପୁଅ ପୃଥ୍ବୀଚାନ୍ଦ ହରିଚନ୍ଦନ ସୂଚନା ଦେଇଛନ୍ତି । ଅଧିକ ଚିକିତ୍ସା ପାଇଁ ହାଇଦ୍ରାବାଦ ପଠାଯାଇଥିବା ସୂଚନା ମିଳିଛି।

ନିକଟରେ ମଧ୍ୟ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଦେହ ଅସୁସ୍ଥ ହୋଇଥିଲା । କିଛି ଦିନ ଧରି ମେଡିକାଲରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇଥିଲା । ଆଉ ଏବେ ପୁଣି ଥରେ ଅସୁସ୍ଥ ହୋଇଛନ୍ତି ବିଶ୍ୱଭୂଷଣ ହରିଚନ୍ଦନ ।