FeaturedLatestNews

ରାଜ୍ୟରେ ବଢିଲା ରାସନ କାର୍ଡ ଇ-କେୱାଇସି ଅପଡେଟ୍ ଅବଧି : ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର(ସଂକେତ ଟିଭି): ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରୀ ପର୍ଯ୍ୟନ୍ତ ବଢ଼ିଛି। ଏ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ଯ୍ୟ କରିଥିଲେ।

ଏବେ ଗୁରୁବାର ଧାର୍ଯ୍ୟ ସମୟ ସୀମାର ଗୋଟିଏ ଦିନ ପୂର୍ବରୁ ରାସନ କାର୍ଡ ଇ-କେୱାଇସିର ସମୟ ସୀମା ବୃଦ୍ଧି କରାଯାଇଛି। ରାଜ୍ୟରେ ରହୁଥିବା ୨ କୋଟି ୯୫ ଲକ୍ଷ ୬୪ ହଜାର ୯୫୪ ଜଣ ଇ-କେୱାଇସି ଅପ୍‌ଡେଟ୍ କରିଛନ୍ତି। ରାଜ୍ୟ ବାହାରେ ରହୁଥିବା ୧ ଲକ୍ଷ ୩୨ ହଜାର ୩୭୮ ଜଣ ଇ-କେୱାଇସି ଅପ୍‌ଡେଟ୍ କରିଛନ୍ତି । ଜାନୁଆରି ୨୯ ତାରିଖ ସୁଦ୍ଧା ମୋଟ୍ ୩୮ ଲକ୍ଷ ୩ ହଜାର ୨୩୮ ଜଣ ଇ-କେୱାଇସି ଅପ୍‌ଡେଟ୍ କରିନାହାନ୍ତି ବୋଲି ମନ୍ତ୍ରୀ କହିଛନ୍ତି। କାର୍ଡରେ ଅଯୋଗ୍ୟ ଓ ମୃତ ବ୍ୟକ୍ତି ଥିବାରୁ ଇ-କେୱାଇସି କରିବାକୁ ବହୁ ହିତାଧିକାରୀ ଆସୁ ନାହାନ୍ତି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।