ଝିଅ ଜନ୍ମ ହେଲେ ୧୨ହଜାର, ପୁଅ ଜନ୍ମ ହେଲେ ମିଳିବ ୧୦ହଜାର ଟଙ୍କା
ଭୁବନେଶ୍ବର(ସଂକେତ ଟିଭି): ଝିଅ ଜନ୍ମ ହେଲେ ୧୨ ହଜାର ଟଙ୍କା ମିଳିବ। ପୁଅ ଜନ୍ମ ହେଲେ ୧୦ ହଜାର ଟଙ୍କା ମିଳିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ଯୋଜନା ଲାଗୁ ହେବ। କନ୍ୟା ସନ୍ତାନକୁ ପ୍ରୋତ୍ସାହନ ପାଇଁ ଏହି ଯୋଜନା ଲାଗୁ କରାଯାଇଛି। ଝିଅ ଜନ୍ମ ହେଲେ ୧୨ ହଜାର ଟଙ୍କା ମିଳିବ। ପୁଅ ଜନ୍ମ ହେଲେ ୧୦ ହଜାର ଟଙ୍କା ମିଳିବ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ। ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ। ଏହା ଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବେ।