ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ରେଖା ଗୁପ୍ତା
ନୂଆଦିଲ୍ଲୀ(ସଂକେତ ଟିଭି): ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ରାମଲୀଳା ପଡ଼ିଆରେ ରେଖା ଗୁପ୍ତା ଶପଥ ଗ୍ରହଣ କରିଛନ୍ତି । ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ। ରେଖାଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅମିତ ଶାହ, ଜେପି ନଡ୍ଡାଙ୍କ ସମେତ ବିଜେପିର ବହୁ ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ।
ଏହି ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ୬ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ପ୍ରବେଶ ବର୍ମା, ଆଶୀଷ ସୁଦ, ସରଦାର ମଞ୍ଜିଦର ସିଂ ସିରସା, ରବିନ୍ଦ୍ର ସିଂ, କପିଲ ମିଶ୍ରା ଓ ପଙ୍କଜ କୁମାର ସିଂ ମନ୍ତ୍ରୀ ଭାରେ ରେଖା ଗୁପ୍ତାଙ୍କ ସହ ଶପଥ ଗ୍ରହଣ କରିଛନ୍ତି। ତେବେ ରେଖା ହେଉଛନ୍ତି ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ । ସୁଷମା ସ୍ବରାଜ, ସିଲା ଦୀକ୍ଷିତ ଓ ଅତିଶୀଙ୍କ ପରେ ୪ର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେଖା।