ଓଡ଼ିଶାରେ ମୃଦୁ ଭୂମିକମ୍ପ ଝଟକା
ଭୁବନେଶ୍ବର(ସଂକେତ ଟିଭି): ଓଡ଼ିଶାର କେତେକ ସ୍ଥାନରେ ଆଜି ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ସକାଳ ୬ଟା ୧୦ରେ ଭୁବନେଶ୍ୱର ସମେତ ପୁରୀ, ପାରାଦୀପ, ବାରିପଦା, ସମ୍ବଲପୁର, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ବାଲେଶ୍ବରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି ।
ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୫.୧ ରହିଛି। ବାଲେଶ୍ବରଠାରୁ ୧୯୨.୫ ପୁରୀରୁ ୨୮୬ ଓ ଭୁବନେଶ୍ୱରରୁ ୨୯୭ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ସେହିପରି ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ତେବେ ଏହି ଭୂକମ୍ପର କୌଣସି କ୍ଷୟକ୍ଷତି ଖବର ବର୍ତ୍ତମାନ ସୁଦ୍ଧା ହସ୍ତକ୍ଷେପ ହୋଇନାହିଁ। ଅନ୍ୟପକ୍ଷରେ ଭାରତ ଓ ବାଂଲାଦେଶରେ ମଧ୍ୟ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି।