CulturalFeaturedLatestNews

ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ୧୦ କୋଟି ଟଙ୍କାର ଅନୁଦାନ ଘୋଷଣା 

ଭଦ୍ରକ (ସଂକେତ ଟିଭି): ଭଦ୍ରକ ଜିଲ୍ଲା ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ୧୦ କୋଟି ଟଙ୍କା ପ୍ରଦାନ କରିବେ। ଆଜି ମହାଶିବରାତ୍ରିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ଘୋଷଣା କରିଛନ୍ତି।

ସୂଚନା ଅନୁସାରେ, ଆଜି ସକାଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉଚ୍ଚ ଶିକ୍ଷା, କ୍ରୀଡ଼ା, ସଂସ୍କୃତି ଓ ଓଡ଼ିଆ ଭାଷାସାହିତ୍ୟ ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର ଓ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ପ୍ରମୁଖ ବାବା ଆଖଣ୍ଡଳମଣିଙ୍କ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ। ବାବା ଆଖଣ୍ଡଳମଣିଙ୍କ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ।ଏହାପରେ ମନ୍ଦିର ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପର୍ଯ୍ୟଟନ ବିଭାଗ ପକ୍ଷରୁ ୧୦ କୋଟିର ଅନୁଦାନ ଦିଆଯିବା ନେଇ ଘୋଷଣା କରିଥିଲେ। ସେ କହିଥିଲେ, ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ଯାହା ଆବଶ୍ୟକ, ରାଜ୍ୟ ସରକାର ତାର ବ୍ୟବସ୍ଥା କରିବେ ।