ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତି ସୁଭଦ୍ରା ଟଙ୍କା
ଭୁବନେଶ୍ବର(ସଂକେତ ଟିଭି): ମାର୍ଚ୍ଚ ୩୧ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ। ୩୧ ଭିତରେ ଯେଉଁମାନେ ଆବେଦନ କରିଥିବେ ଏକକାଳୀନ ପାଇବେ। ଯେଉଁମାନେ ପ୍ରଥମ ପର୍ଯ୍ୟାୟ ଓ ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ପାଇ ନ ଥିବେ ସେମାନେ ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ୮ ମାସରେ କୋଟିଏ ମହିଳାଙ୍କୁ ‘ସୁଭଦ୍ରା’ ମିଳିବା ଇତିହାସ । ପୂର୍ବରୁ ୯୮ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଲିଛି । ଆସନ୍ତା ୬ ତାରିଖରେ ଯାହା ବାକି ଅଛି, ଯାହା ସେ ଟଙ୍କା ଦେବୁ। ସେ କହିଛନ୍ତି ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ମାର୍ଚ୍ଚ ୬ରେ ମିଳିବ। ଏହି ପର୍ଯ୍ୟାୟରେ ରାଜ୍ୟର ପ୍ରାୟ ୧.୭ଲକ୍ଷ ମହିଳା ପ୍ରଥମ କିସ୍ତି ପାଇବେ। ସେହିପରି ମାର୍ଚ୍ଚ ୮ ଅର୍ନ୍ତଜାତୀୟ ମହିଳା ଦିବସ ଅବସରରେ ପ୍ରାୟ ୧ କୋଟି ମହିଳାଙ୍କୁ ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନ କରାଯିବ। ହିତାଧିକାରୀ ମହିଳାଙ୍କ ଖାତାକୁ ଉଭୟ କିସ୍ତି ବାବଦକୁ ୫ହଜାର ଟଙ୍କା ଲେଖାଏ ଯିବ। ପୂର୍ବରୁ ୪ଟି ପର୍ଯ୍ୟାୟରେ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ପ୍ରଥମ କିସ୍ତି ଟଙ୍କା ଯାଇଥିବାବେଳେ ପ୍ରାୟ ୨ଲକ୍ଷ ମହିଳା ବାଦ ପଡ଼ିଥିଲେ। ତେଣୁ ବାଦ ପଡ଼ିଥିବା ମହିଳାଙ୍କୁ ପଞ୍ଚମ ପର୍ଯ୍ୟାୟରେ ପ୍ରଥମ କିସ୍ତି ଦିଆଯିବ ବୋଲି କୁହାଯାଇଛି।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସୁଭଦ୍ରା ପ୍ରଥମ କିସ୍ତିର ୪ଟି ପର୍ଯ୍ୟାୟରେ ୯୮ ଲକ୍ଷ ହିତାଧିକାରୀ ସାମିଲ ହୋଇଛନ୍ତି । ୪ଟି ପର୍ଯ୍ୟାୟରେ ୯୮ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ୫ ହଜାର ଲେଖାଏଁ ଟଙ୍କା ମିଳିଛି । ବ୍ୟାଙ୍କ ଖାତା ସହ ଆଧାର ସଂଯୋଗ ଓ ଡିବିଟି ନେଇ ଥିବା ସମସ୍ୟା କାରଣରୁ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିପାରିନି । “ସୁଭଦ୍ରା’ ପ୍ରଥମ କିସ୍ତିର ଏମାନେ ଶେଷ ହିତାଧିକାରୀ ହୋଇଥିବା ବେଳେ ମାର୍ଚ୍ଚ ୬ରେ ୫ମ ପର୍ଯ୍ୟାୟରେ ଏମାନଙ୍କୁ ପ୍ରଥମ କିସ୍ତିର ଟଙ୍କା ମିଳିବ । ୮ରେ ସମସ୍ତ ପ୍ରାୟ ୧କୋଟି ହିତାଧିକାରୀଙ୍କୁ ୨ୟ କିସ୍ତି ମିଳିବ ।