ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ବର(ସଂକେତ ଟିଭି): ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା ମହିଳାଙ୍କ ବ୍ୟାଙ୍କ୍ ଖାତାକୁ ସିଧାସଳଖ ପଠାଯାଇଛି । ଏଥିରେ ଉପକୃତ ୨ ଲକ୍ଷ ୩୦ ହଜାରରୁ ଅଧିକ ନୂଆ ହିତାଧିକାରୀ ଉପକୃତ ହୋଇଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷରୁ ଆବାସୀ ମାଧ୍ୟମରେ ଏହି ଟଙ୍କା ବାଣ୍ଟିଛନ୍ତି । ଏହା ଦ୍ବାରା ରାଜ୍ୟ ସରକାର ଅତିରିକ୍ତ ୧୧୫ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ।
ଏଥିସହ ଆଜି ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ପାର କରିଛି । ସୁଭଦ୍ରା ସଫଳତାକୁ ନେଇ ଅଙ୍ଗନବାଡି କର୍ମୀଙ୍କୁ ୧୫ଶହ ଟଙ୍କା ଏବଂ ସହାୟିକା ମାନଙ୍କୁ ୫ଶହ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି ।
ସେପଟେ ଆଉ ଦିନକ ପରେ ଅର୍ଥାତ୍ ମାର୍ଚ୍ଚ ୮ ତାରିଖ ଆନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ୟ କିସ୍ତି ଟଙ୍କା ପ୍ରଦାନ କରିବେ ।
ସୂଚନାଯୋଗ୍ୟ, ମାର୍ଚ୍ଚ ୩୧ ତାରିଖ ଯାଏଁ ‘ସୁଭଦ୍ରା’ ଆବେଦନ ପ୍ରକ୍ରିୟା ଚାଲିବ । ଜଣେ ବି ମହିଳା ଯେପରି ଏହି ଯୋଜନାରୁ ବାଦ୍ ନପଡ଼ିବେ, ସେନେଇ ଘରେ ଘରେ ଯୋଗ୍ୟ ହିତାଧିକାରୀ ଖୋଜିବେ ରାଜ୍ୟ ସରକାର । ଡୋର୍ ଟୁ ଡୋର୍ ସର୍ଭେ କରାଯିବ। କ୍ଷେତ୍ର ଯାଞ୍ଚ ପରେ ଯାହା ରହିଯିବ ରକ୍ଷା ବନ୍ଧନରେ ସମସ୍ତଙ୍କୁ ତିନିଟି କିସ୍ତି ମିଳିବ ବୋଲି ରାଜ୍ୟ ସରକାର କହିଛନ୍ତି ।