ରାଜ୍ୟରେ ଖୁବ୍ଶୀଘ୍ର ସକାଳୁଆ ସ୍କୁଲ୍: ଗଣଶିକ୍ଷା ମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ୱର (ସଂକେତ ଟିଭି): ରାଜ୍ୟରେ ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟଗୁଡିକ ସକାଳୁଆ କରିବା ସମ୍ପର୍କରେ ପଦକ୍ଷେପ ଗ୍ରହଣ କରାଯିବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରକାଶ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ଆଲୋଚନା କରାଯାଇ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ, ଦିନକୁ ଦିନ ତାତି ବଢୁଛି। ସରକାର ଏ ନେଇ ସଚେତନ ଅଛନ୍ତି। କେବେ ସକାଳୁଆ ସ୍କୁଲ୍ ହେବ, ଏଥିପାଇଁ ରାଜସ୍ୱ ବିଭାଗ ସହ ଆଲୋଚନା କରାଯିବ। ଆଲୋଚନା ହେବା ପରେ ଏହା ଉପରେ ନିଶ୍ଚୟ ନିଷ୍ପତ୍ତି ନେବୁ।
ଅନ୍ୟପକ୍ଷେ, ଆସନ୍ତା ୩ ଦିନ ପାଇଁ ରାଜ୍ୟରେ ହିଟ୍ୱେଭ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରବିବାରଠାରୁ ଝାରସୁଗୁଡ଼ା, କଳାହାଣ୍ଡି ଓ ସମ୍ବଲପୁର ଜିଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୪ ଜିଲାକୁ ଅରେଞ୍ଜ ଏବଂ ୧୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ରାହାତି ମିଳିବ ନାହିଁ।