FeaturedLatestNews

ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା : ପାଣିପାଗ ବିଭାଗ

ଭୁବନେଶ୍ୱର (ସଂକେତ ଟିଭି): ରାଜ୍ୟରେ କାଳବୈଶାଖୀ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କଳାବୈଶାଖୀ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ତାତି କମିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।