FeaturedLatestNews

ସୃଷ୍ଟି ହେଲା ଲଘୁଚାପ, ଘଡଘଡି ସହିତ ବର୍ଷା ଓ ପ୍ରବଳ ପବନର ସମ୍ଭାବନା

ଭୁବନେଶ୍ୱର (ସଂକେତ ଟିଭି): ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଥିବା ବେଳେ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ତାହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି, ଯାହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ମଙ୍ଗଳବାର- ଏହି ଲଘୁଚାପର ପ୍ରଭାବରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, କନ୍ଧମାଳ, ଗଂଜାମ, ଅନୁଗୋଳ, ଦେଓଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କିଛି ଅଞ୍ଚଳରେ ଘଡଘଡି ସହିତ ବର୍ଷା ଏବଂ ୩୦ରୁ ୪୦ କିଲୋମିଟର ବେଗରେ ଧୂଳିଆ ପବନ ବହିବାର ସମ୍ଭାବନା ରହିଛି।

ବୁଧବାର- ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ନବରଙ୍ଗପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହିତ ବର୍ଷା ଏବଂ ଧୂଳିଆ ପବନ (୩୦-୪୦ କିମି/ଘଣ୍ଟା) ହେବାର ସମ୍ଭାବନା ରହିଛି।

ଗୁରୁବାର- ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର, ଅନୁଗୋଳ, ଦେଓଗଡ଼, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟ ଏହିପରି ପାଣିପାଗ ହେବାର ସମ୍ଭାବନା ରହିଛି।