FeaturedLatestNewsPolitics

ରଥଯାତ୍ରାରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସଂକେତ ଟିଭି): ବିଶ୍ବପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିମନ୍ତ୍ରଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପକ୍ଷରୁ ଏହି ନିମନ୍ତ୍ରଣ ପ୍ରଦାନ କରାଯାଇଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଚଳିତ ବର୍ଷ ଜୁନ୍ ୨୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଭାବରେ ଚାଲିଛି। ଏହି ଉତ୍ସବକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ସହିତ ଅନ୍ୟାନ୍ୟ କେନ୍ଦ୍ରମନ୍ତ୍ରୀ ଏବଂ ଏନ୍ଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି।

ଏହି ଘୋଷଯାତ୍ରାରେ ଉଚ୍ଚପଦସ୍ଥ ଅତିଥିମାନଙ୍କ ସାମିଲ୍ ହେବା ରଥଯାତ୍ରାର ଗରିମାକୁ ଆହୁରି ବଢ଼ାଇବ ବୋଲି ରାଜ୍ୟ ସରକାର ଆଶା କରୁଛନ୍ତି। ପୁରୀ ଜିଲ୍ଲା ପ୍ରଶାସନ ଏବଂ ପୋଲିସ୍ ବିଭାଗ ମଧ୍ୟ ଉତ୍ସବ ସୁଚାରୁ ରୂପେ ଅନୁଷ୍ଠିତ ହେବା ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି।