୭ ବିଭାଗରେ ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ଟି ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଭୁବନେଶ୍ଵର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ ଜଣଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।
ସେହିପରି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୮୧, ବାଣିଜ୍ୟ ଏବଂ ପରିବହନ ବିଭାଗରେ ୬୩, ପଞ୍ଚାୟତିରାଜ ବିଭାଗରେ ୪୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହା ସହିତ ଅବକାରୀ ବିଭାଗରେ ୩୨ ଜଣ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗରେ ୧୯ ଜଣଙ୍କୁ ନିଯୁକ୍ତି ମିଳିଛି।
ଏହି ନିଯୁକ୍ତିଗୁଡିକ ରାଜ୍ୟର ବିଭିନ୍ନ ବିଭାଗରେ କାର୍ଯ୍ୟଦକ୍ଷତା ବୃଦ୍ଧି କରିବା ସହ ଯୁବସମାଜକୁ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀ ଏହି ଉତ୍ସବପୂର୍ଣ୍ଣ ଅବସରରେ ନୂଆ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇ ସେମାନଙ୍କ ଦାୟିତ୍ୱ ସଠିକ୍ ଭାବରେ ପାଳନ କରିବାକୁ ଆହ୍ୱାନ କରିଛନ୍ତି।