FeaturedLatestNews

୧୩ ତାରିଖ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ୱର (ସଂକେତ ଟିଭି): ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଦକ୍ଷିଣ-ପଶ୍ଚିମ ଆଡକୁ ଢଳି ରହିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଆଡକୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁସାରେ, ଏହି ପ୍ରଣାଳୀର ପ୍ରଭାବରେ ଓଡିଶାରେ ଭଲ ବର୍ଷା ହେବ। ଆସନ୍ତାକାଲି ଜଗତସିଂହପୁର, ଖୋର୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ଜୋର୍ରେ ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ହାଲୁକା କିମ୍ବା ମଧ୍ୟମ ବର୍ଷା ହୋଇପାରେ।

ଭୁବନେଶ୍ୱରର ପାଣିପାଗ ଆଂଶିକ ମେଘାଚ୍ଛନ୍ନ ରହିବ ବୋଲି ଆକାଶବାଣୀ କହିଛି। ସହରର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲ୍ସିୟସ୍ ଏବଂ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରୀ ସେଲ୍ସିୟସ୍ ମଧ୍ୟରେ ରହିବ।