FeaturedLatestNewsPolitics

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସେବା ପକ୍ଷ ପାଳନ କରିବ ବିଜେପି

ଭୁବନେଶ୍ୱର (ସଂକେତ୍ ଟିଭି)ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଯାଏଁ ସେବା ପକ୍ଷ ପାଳନ କରିବ ବିଜେପି। ଏହି ଅବସରରେ ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିପାଇଁ ରାଜ୍ୟ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ରାଜ୍ୟ ସ୍ତରୀୟ କର୍ମଶାଳା ଆୟୋଜିତ ହୋଇଛି।

ଏହି କର୍ମଶାଳାରେ ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଏବଂ ସେବା ପକ୍ଷ ପର୍ଯ୍ୟବେକ୍ଷକ ଅରବିନ୍ଦ ମେନନ୍ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ଆୟୋଜିତ ଏହି ସେବା ସପ୍ତାହରେ ସ୍ୱଚ୍ଛତା ଅଭିଯାନ, ରକ୍ତଦାନ ଶିବିର, ସ୍ୱାସ୍ଥ୍ୟ ଶିବିର, ପ୍ରଧାନମନ୍ତ୍ରୀଙ୍କ ଜୀବନୀ ଆଧାରିତ ଫଟୋ ପ୍ରଦର୍ଶନୀ ଏବଂ ପୁସ୍ତକ ବଣ୍ଟନ ଭଳି ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ।