FeaturedLatestNewsPolitics

ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମାଝୀ

ନୂଆଦିଲ୍ଲୀ (ସଂକେତ ଟିଭି): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ବିଜେପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ୍ ପ୍ରକାଶ ନଡ୍ଡାଙ୍କୁ ଭେଟିଛନ୍ତି।

ଏହି ଭେଟଟି ମୁଖ୍ୟମନ୍ତ୍ରୀ ମାଝୀ ନିଜର ଏକ୍ସ (ପୂର୍ବତନ ଟ୍ୱିଟର) ହ୍ୟାଣ୍ଡଲ୍ରେ ତିନୋଟି ଫଟୋ ସହିତ ଶେୟାର କରିଛନ୍ତି। ଫଟୋଗୁଡ଼ିକରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଦେଖାଯାଉଛନ୍ତି।

ଫଟୋ ଶେୟାର କରି ମୁଖ୍ୟମନ୍ତ୍ରୀ ମାଝୀ ଲେଖିଛନ୍ତି, “ଆଜି ନୂଆଦିଲ୍ଲୀଠାରେ ଆମ ଦଳର ମାନନୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ରସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଲି । ଏହି ଅବସରରେ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ଥିଲେ ।”

ତାଙ୍କ ପୋଷ୍ଟ ଅନୁଯାୟୀ, ଏହି ସାକ୍ଷାତକାଳୀନ ଓଡ଼ିଶା ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ, ସ୍ୱାସ୍ଥ୍ୟସେବା ବ୍ୟବସ୍ଥା, ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପରିଯୋଜନା ଓ ଭବିଷ୍ୟତ ରୂପରେଖ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା।