FeaturedLatestNews

ଲୋକଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ, ଶୁଣାଣିରେ ଯୋଗଦେଲ ୯ ମନ୍ତ୍ରୀ

ଭୁବନେଶ୍ବର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆଜି ଭୁବନେଶ୍ୱର ୟୁନିଟ-୨ରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୩ତମ ପାଳି ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ସମସ୍ୟା ଶୁଣିଥିଲେ ଏବଂ ସମ୍ପୃକ୍ତ ବିଭାଗଗୁଡ଼ିକୁ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।

ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ପ୍ରଥମେ ଅଭିଯୋଗ ପ୍ରକୋଷ୍ଠ ବାହାରେ ଅପେକ୍ଷା କରୁଥିବା ଦିବ୍ୟାଙ୍ଗ ଅଭିଯୋଗକାରୀଙ୍କୁ ଭେଟି ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ପରେ, ପ୍ରକୋଷ୍ଠ ଭିତରେ ପଞ୍ଜିକୃତ ଅଭିଯୋଗକାରୀଙ୍କ ସମସ୍ୟା ଶୁଣାଯାଇଥିଲା। ମନ୍ତ୍ରୀମଣ୍ଡଳର ୯ ଜଣ ବରିଷ୍ଠ ମନ୍ତ୍ରୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ।

ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ମାଧ୍ୟମରେ ଦୂରାରୋଗ୍ୟ ରୋଗରେ ପୀଡ଼ିତ ରୋଗୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତୁରନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ଆଜି ୩ ଜଣଙ୍କୁ ଚିକିତ୍ସା ଖର୍ଚ୍ଚ ପାଇଁ ଅର୍ଥ ସହାୟତା ଦିଆଯାଇଥିଲା। ଚାଲିତ ବର୍ଷରେ ଏଯାଏ୯୫୧ ଜଣଙ୍କୁ ୫୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇସାରିଛି।

ଅଭିଯୋଗ ସମାଧାନ ହାର:
ଏଯାଏ୯୧୧,୫୧୬ ଟି ଅଭିଯୋଗ ଗ୍ରହଣ କରାଯାଇଥିବା ମଧ୍ୟରୁ ୧୦,୫୦୨ ଟିର ସମାଧାନ ହୋଇସାରିଛି, ଯାହା ଶତକଡ଼ା ୯୧% ଅଟେ। ବାକି ଅଭିଯୋଗଗୁଡ଼ିକ ପ୍ରକ୍ରିୟାଧୀନ ଅଛି।

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବାଣିଜ୍ୟ ମନ୍ତ୍ରୀ ବିଭୁତି ଭୁଷଣ ଜେନା, ଗୃହ ନିର୍ମାଣ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ମତ୍ସ୍ୟ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଆଜି ଉପସ୍ଥିତ ଥିଲେ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ପ୍ରଶାସନ ବିଭାଗର ସୁରେନ୍ଦ୍ର କୁମାର, ରାଜସ୍ୱ ବିଭାଗର ଦେଓରଞ୍ଜନ କୁମାର ସିଂ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ମଧ୍ୟ ଏହି କାର୍ଯ୍ୟକ୍ରମରେ ସକ୍ରିୟ ଭୂମିକା ନିର୍ବାହ କରିଥିଲେ।

ଲୋକଙ୍କ ସମସ୍ୟା ସହଜରେ ଶୁଣିବା ଏବଂ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସୁଶାସନ ଦିଗରେ ଏକ ମିଶାଳ ବୋଲି ଅଭିଯୋଗକାରୀମାନେ ମତ ଦେଇଛନ୍ତି।