FeaturedLatestNewsPolitics

ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ, ଝାରସୁଗୁଡ଼ାରେ କାର୍ଯ୍ୟକ୍ରମ ହେବାର ସମ୍ଭାବନା

ଭୁବନେଶ୍ୱର (ସଂକେତ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ କରାଯାଇଛି । ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ତାଙ୍କ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ଆଣାଯାଇଛି । ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ହୋଇପାରେ ବୋଲି ସୂଚନା ମିଳିଛି ।

ଆସନ୍ତା ୨୭ ସେପ୍ଟେମ୍ବରରେ ଗଞ୍ଜାମ ଗସ୍ତରେ ଆସିବାର ଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେବେ ରଙ୍ଗେଇଲୁଣ୍ଡାରେ ହେବାକୁ ଥିବା ସେବା ପର୍ବ କାର୍ଯ୍ୟକ୍ରମ ମଧ୍ୟ ବାତିଲ କରାଯାଇଥିବା ଜଣାଯାଇଛି ।

ଏଥିସହିତ ଆଗାମୀ ଦିନଗୁଡ଼ିକରେ ରାଜ୍ୟରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଥମ ଲଘୁଚାପ ୨୫ ସେପ୍ଟେମ୍ବର ବେଳକୁ ଏବଂ ଦ୍ୱିତୀୟଟି ଅକ୍ଟୋବର ମାସର ପ୍ରଥମ ସପ୍ତାହରେ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା, ଉପକୂଳ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ଅବସ୍ଥା ତିନି ଦିନ ପର୍ଯ୍ୟନ୍ତ ରହିବ ବୋଲି ମୌସୁମୀ ବିଭାଗ କହିଛି ।

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ବର୍ଷା ଏବଂ ଘୁର୍ଣ୍ଣିଝଡ଼ ସମ୍ଭାବନା ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ବାତିଲ କରାଯାଇଛି । ତେଣୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଜୟନ୍ତୀ ପାଳନ ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମ ମଧ୍ୟ ବାତିଲ ହୋଇଛି । ପ୍ରଧାନମନ୍ତ୍ରୀ ଆସନ୍ତା ୨୭ ସେପ୍ଟେମ୍ବରରେ ଝାରସୁଗୁଡ଼ା ଆସିପାରନ୍ତି ବୋଲି ସେ ସୂଚନା ଦେଇଛନ୍ତି ।