FeaturedLatestNews

ନୂଆପଡ଼ା ଉପନିର୍ବାଚନ: ୧୯ ଜଣଙ୍କ ମଧ୍ୟରୁ ୧୪ ଜଣଙ୍କ ପ୍ରାର୍ଥିପତ୍ର କାଏମ୍

ନୂଆପଡ଼ା (ସଂକେତ ଟିଭି): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲ୍ଲାପାଳ ଏବଂ ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୋଟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ, ଯାହା ମଧ୍ୟରୁ ୫ ଜଣଙ୍କ ନାମାଙ୍କନପତ୍ର ନାକଚ ହୋଇଛି ଏବଂ ୧୪ ଜଣଙ୍କ ପ୍ରାର୍ଥିତ୍ବ କାଏମ୍ ରହିଛି।

ନାକଚ ହୋଇଥିବା ପ୍ରାର୍ଥୀମାନଙ୍କ ମଧ୍ୟରେ ବହୁଜନ ସମାଜ ପାର୍ଟିର ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ଏବଂ ତିନି ଜଣ ସ୍ୱାଧୀନ ପ୍ରାର୍ଥୀ ପୁରୁଷୋତ୍ତମ ବେହେରା, କମଳ ଛତ୍ରିଆ ଏବଂ ଭୁଜବଳ ଆଡ଼ବଙ୍ଗା ଅନ୍ତର୍ଭୁକ୍ତ।

ଅନ୍ୟ ପକ୍ଷରେ, ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ, ବିଜେଡିର ସ୍ନେହାଙ୍ଗିନୀ ଛୁରିଆ, କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି ଏବଂ ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନାଙ୍କ ସହିତ ୮ ଜଣ ସ୍ୱାଧୀନ ପ୍ରାର୍ଥୀଙ୍କ ନାମାଙ୍କନପତ୍ର କାଏମ୍ ରହିଛି। ନାମାଙ୍କନପତ୍ର ଯାଞ୍ଚ ସମୟରେ ନିର୍ବାଚନ ସାଧାରଣ ପର୍ଯ୍ୟବେକ୍ଷକ ପ୍ରକାଶ ବିନ୍ଦୁ ଏବଂ ରିଟର୍ଣ୍ଣିଂ ଅଫିସର ସୁର୍ମି ସୋରେନ ଉପସ୍ଥିତ ଥିଲେ।